www.samajalive.in
Sunday, December 14, 2025
16.1 C
Bhubaneswar

କଲବଲ କରୁଛି କୁହୁଡି : ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର : ଶୀତ ଟିକିଏ କମିଛି , ହେଲେ କଲବଲ କରୁଛି କୁହୁଡି। ସକାଳୁ ସକାଳୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। କିଛି ଘଣ୍ଟା ପାଇଁ ନା ରାସ୍ତା ଦିଶୁଛି ନା କିଛି ଜାଣି ହେଉଛି। ଗତକାଲି ଭଳି ଆଜି ବି ଭୁବନେଶ୍ଵ, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁଡୁଡିର ଆସ୍ତରଣ ଦେଖିବାକୁ ମିଳିଛି। ବିଶେଷ ଭାବରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଏଭଳି ସ୍ଥିତି କିଛି ଦିନ ଯାଏଁ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ , ଯାଜପୁର , କେନ୍ଦ୍ରାପଡା, କଟକ , ପୁରୀ , ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ , ଗଜପତି, ନବରଙ୍ଗପୁର , କୋରାପୁଟ , କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories