www.samajalive.in
Saturday, December 6, 2025
23.1 C
Bhubaneswar

ଘରେ ପଶି ଯୁବକଙ୍କୁ ହାଣିଲେ ମାଓବାଦୀ

ଛତିଶଗଡ: ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୁଲିସ୍ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ସୂଚନା ମୂତାବକ ଛତିଶଗଡ ବିଜାପୁରର ଭୈରବମଡ ଥାନା କେଶମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ପୁଲିସ୍ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ଘରେ ପଶି ଜଣେ ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ହିଡ଼ମା ସୋଡି। ହିଡମା ମାଓବାଦୀଙ୍କ ବିରୋଧରେ  ପୁଲିସ୍ କୁ ଖବର ଦେଉଥିବା ନେଇ ମାଓବାଦୀମାନଙ୍କୁ ଖବର ମିଳିଥିଲା। ଯାହାକୁ ନେଇ ସେମାନେ ଘରେ ପଶି ହିଡମାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୁଲିସକୁ ମାଓବାଦୀଙ୍କ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲି ପୋଷ୍ଟରରେ ଉଲ୍ଲେଖ ରଖାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories