www.samajalive.in
Friday, December 12, 2025
19.1 C
Bhubaneswar

ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ‘ସମାଜ’ର ପ୍ରକାଶକ ଓ ମୁଦ୍ରାକର ଡଃ ପ୍ରଭାସ ଆଚାର୍ଯ୍ୟ

ଆଠଗଡ଼: ବାଙ୍କୀ ମାଳବିହାରପୁର ଗ୍ରାମ ନିକଟରେ ପିକଅପ୍ ଭ୍ୟାନ ଦୁର୍ଘଟଣାରେ ଆହତ ଛାତ୍ରଛାତ୍ରୀମାନଙ୍କୁ ଭେଟିଛନ୍ତି ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ପ୍ରକାଶକ ଓ ମୁଦ୍ରାକର ଡଃ ପ୍ରଭାସ ଆଚାର୍ଯ୍ୟ। ଆଠଗଡ଼ ଡାକ୍ତରଖାନାରେ ପହଞ୍ଚି ଆହତଙ୍କୁ ଭେଟିବା ସହ ଡାକ୍ତରଖାନା ଅଧିକ୍ଷକ ଡାକ୍ତର ବିଜୟ କୁମାର ମିଶ୍ରଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି ଡ. ଆଚାର୍ଯ୍ୟ। ଆହତ ଛାତ୍ରଛାତ୍ରୀଙ୍କ ଅଭିଭାବକ ଓ ମାଳବିହାରପୁର ଗ୍ରାମବାସୀଙ୍କୁ ଡ.ଆଚାର୍ଯ୍ୟ ସମବେଦନା ଜଣାଇବା ସଙ୍ଗେସଙ୍ଗେ ଆବଶ୍ୟକସ୍ଥଳେ ଆହତ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଲାଗି ‘ସମାଜ’ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ତେବେ କଟକ ଯିବା ରାସ୍ତାରେ ସୌମ୍ୟରଞ୍ଜନ ବେହେରା ନାମକ ଜଣେ ଛାତ୍ର ମୃତ୍ୟୁବରଣ କରିଥିବା ସନ୍ଦେହ କରି ସଂପୃକ୍ତ ଆମ୍ବୁଲାନ୍ସ କର୍ମଚାରୀ ନିକଟରେ ଥିବା ମାଧବପୁର ଜିମସାର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ପରୀକ୍ଷା ନିରୀକ୍ଷା କରି ସୌମ୍ୟରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ। ସେଠାରୁ ମୃତଦେହ ଆଠଗଡ଼ ଡାକ୍ତରଖାନାକୁ ଫେରାଇ ଅଣାଯିବା ପରେ ଏଠାରେ ବ୍ୟବଛେଦ କରାଯାଇଥିଲା।

ସୂଚନାଯୋଗ୍ୟ, ବାଙ୍କୀ ଥାନା ଅନ୍ତର୍ଗତ ମାଳବିହାରପୁର ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ରବିବାର ପରେଡ୍ ଉତ୍ସବରେ ଯୋଗଦେବାକୁ ସରଣ୍ଡା ଯାଉଥିବା ପିକଅପ୍ ଭ୍ୟାନ ଓଲଟି ପଡ଼ିବାରୁ ୨୩ ଜଣ ଛାତ୍ରଛାତ୍ରୀ ଆହତ ହୋଇ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ଛାତ୍ରଛାତ୍ରୀ ଓ ଗାଡି ଚାଳକଙ୍କୁ ମିଶାଇ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଏକାଧିକ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ସ୍ଥାନାନ୍ତର କରାଯାଇଥିଲା।

- Advertisement -

 

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories