www.samajalive.in
Thursday, December 11, 2025
14.1 C
Bhubaneswar

ଭୁଶୁଡିଲା ଚାରି ମହଲା କୋଠା: ଦୁଇ ଶ୍ରମିକ ମୃତ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ବୁରାରୀରେ ଏକ ଚାରି ମହଲା ବିଲ୍ଡିଂ ଭୁଶୁଡି ପଡିଛି। ଏଥିରେ ଦୁଇ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ମୂତାବକ  ସୋମବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ବୁରାରୀରେ ଥିବା ଏକ ୪ ମହଲା ବିଲ୍ଡିଂ ହଠାତ୍ ଭୁଶୁଡି ପଡିଥିଲା। ଭଗ୍ନାବଶେଷ ତଳେ ଅନେକ ଶ୍ରମିକ ଫସି ରହିଥିଲେ। ଖବର ପାଇବା ପରେ ପୁଲିସ, ଦମକଳବାହିନୀ ଓ ଏନଡିଆରଏଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ଭଗ୍ନାବଶେଷ ତଳେ ଫସି ରହିଥିବା ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଥିଲା। ୧୨ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଦୁଇ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆହୁରି ଅନେକ ଶ୍ରମିକ ମାଟି ତଳେ ଫସି ରହିଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories