www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଜଳେଶ୍ଵର : ସ୍କୁଟିକୁ ପଛରୁ ଧକ୍କା ଦେଲା ଟ୍ରଲର। ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର। ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ସୋର ଥାନା ଅଞ୍ଚଳର ଜନୈକ ଦମ୍ପତ୍ତି ଚନ୍ଦନେଶ୍ଵରରୁ ଏକ ସ୍କୁଟି ଯୋଗେ ଫେରିବା ସମୟରେ ଦ୍ରୁତ ଗତିରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରଲର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ସ୍ଵାମୀ ଗୁରୁତର ହୋଇଛନ୍ତି। ତୁରନ୍ତ ଗୁରୁତର ସ୍ଵାମୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ରାସ୍ତା ଅବରୋଧ କରାଯାଇଛି। ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାହି ମୋଟର ଅଟକି ରହିଛି। ଖବର ପାଇ ବସ୍ତା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରଲର ଡ୍ରାଇଭରକୁ ଅଟକ ରଖିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories