www.samajalive.in
Sunday, December 14, 2025
15.1 C
Bhubaneswar

ଇତିହାସ ରଚିଲା ଇସ୍ରୋ : ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାବିକ୍

ନୂଆଦିଲ୍ଲୀ : ନୂଆ ଇତିହାସ ରଚିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ଶ୍ରୀହରିକୋଟାରୁ ୧୦୦ତମ ଉତକ୍ଷେପଣ ସହ ଶତକ ହାସଲ କରିଛି। ଅପଗ୍ରେଡ୍ ହେବ ଭାରତର ନାବିକ ସାଟେଲାଇଟ୍। ଆଜି ସକାଳ ୬ଟା ୨୩ରେ ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ ଏହାକୁ ମହାକାଶକୁ ପଠାଯାଇଛି। ନାବିକ୍ ହେଉଛି ଭାରତର ରିଜିଓନାଲ ନାଭିଗେସନ୍ ସାଟେଲାଇଟ୍ ସିଷ୍ଟମ୍ । ଏହା ଆମେରିକାର ଜିପିଏସ୍ ଭଳି କାର୍ଯ୍ୟ କରେ। କାରିଗିଲ ଯୁଦ୍ଧବେଳେ କାଶ୍ମୀରର ଦୁର୍ଗମ ପାର୍ବତ୍ୟାଞ୍ଚଳରେ ଜିପିଏସ୍ କାର୍ଯ୍ୟକ୍ଷମ ହୋଇନପାରିବାରୁ ଭାରତୀୟ ସେନାକୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା। ଏହାପରେ ଭାରତ ସରକାର ଦେଶର ନିଜସ୍ଵ ଜିପିଏସ୍ ପ୍ରଚଳନ ପାଇଁ ନିଷ୍ପତ୍ତି ନେଇଥିଲେ। ୧୯୯୧ ମସିହାରେ ନାବିକ୍ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହାକୁ ୨୦୧୩ ମସିହାରେ ଉତକ୍ଷେପଣ କରାଯାଇଥିଲା। ଆଜି ନାବିକ୍-ଟୁ ମିଶନ ଲଞ୍ଚ ହୋଇଛି । ଏହା କାର୍ଯ୍ୟକାରୀ ହେବା ପରେ ଯାନବାହନ , ଉଡାଜାହାଜ , ମୋବାଇଲ ଫୋନ୍ ଆଦିର ଅବସ୍ଥିତି ନିରୂପଣ କରିବା ଅଧିକ ସହଜ ହୋଇପାରିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories