www.samajalive.in
Sunday, December 14, 2025
19.1 C
Bhubaneswar

ମହାକୁମ୍ଭ ଦଳାଚକଟା ଘଟଣା – ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ଡେସ୍କ: ପ୍ରୟାଗରାଜର ମହାକୁମ୍ଭର ସଙ୍ଗମ ଘାଟରେ ଘଟିଥିବା ଦଳାଚକଟା ଘଟଣାରେ ଉତ୍ତରପ୍ରଦେଶ ସରକାର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଆଜି ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିନି ଜଣିଆ ବିଚାର ବିଭାଗୀୟ କମିଶନ ସମଗ୍ର ମାମଲାର ତଦନ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଶ୍ରୀ ଆଦିତ୍ୟନାଥ ଗଣମାଧ୍ୟମକୁ କହିଛନ୍ତି।

ସୂଚନା ଅନୁଯାୟୀ, ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories