www.samajalive.in
Sunday, December 14, 2025
19.1 C
Bhubaneswar

ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାକୁ ନେଇ ପୁଲିସ ପକ୍ଷରୁ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରାଯାଇଛି। ପୁଲିସ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ତଦନ୍ତ ପରେ ଡ୍ରୋନ୍‌ ଉଡ଼ାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ୍‌ ବୁଧବାର ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ ବୋଲି ସେ କହିଛନ୍ତି। ସାମାଜିକ ଗଣମାଧ୍ୟମରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଯୁବବର୍ଗ ଡ୍ରୋନ୍‌ ଉଡ଼ାଇ ଶ୍ରୀମନ୍ଦିରର ଭିତର ପାର୍ଶ୍ବ ଭିଡିଓ ଓ ଚିତ୍ର ଉତ୍ତୋଳନ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ବେଆଇନ। କିଛି ସାମାଜିକ ଗଣମାଧ୍ୟମ ଆକାଉଣ୍ଟକୁ ଚିହ୍ନଟ କରାଯାଇଛି। ସେମାନଙ୍କ ବିରୋଧରେ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ନାଟ ମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ପୂର୍ବରୁ ନାଟ ମଣ୍ଡପରେ ଥିବା ହୁଣ୍ଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ପରେ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ। ତେଣୁ ଶ୍ରୀମନ୍ଦିର ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ। ରାଜ୍ୟ ସରକାରଙ୍କ ନିର୍ଦେଶ ଆସିବା ପରେ ନୂତନ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories