www.samajalive.in
Sunday, December 14, 2025
26.1 C
Bhubaneswar

ଆଜିଠୁ ଅଧିବେଶନ, କାଲି ବଜେଟ୍

ନୂଆଦିଲ୍ଲୀ : ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ।  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି ବ୍ରେଠକରେ ଯୋଗ ଦେଇଥିଲେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହକୁ ସମ୍ବୋଧନ କରିବେ।  ଏବଂ ବଜେଟ୍ ଅଧିବେଶନର ଶୁଭାରମ୍ଭ କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ। ସଂସଦର ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ରେ ଶେଷ ହେବ। ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories