www.samajalive.in
Saturday, December 6, 2025
17.1 C
Bhubaneswar

ବଡ ସଫଳତା: ସେନା ଗୁଳିରେ ଟଳିଲେ ୩ ଆତଙ୍କୀ

ନୂଆଦିଲ୍ଲୀ: ଶ୍ରୀନଗର ସୀମାରେ ଫୁଟିଲା ଗୁଳି। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଏଲଓସିରେ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଯବାନଙ୍କ ଗୁଳିରେ ଟଳି ପଡିଛନ୍ତି ୩ ଆତଙ୍କୀ। ମିଳିଥିବା ସୂଚନା ଅନୁସାରେ ଜମ୍ମୁ କାଶ୍ମୀର ପୁଞ୍ଚ ସେକ୍ଟର ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳୁ ବିନିମୟ ହୋଇଛି। ଆତଙ୍କୀର ଏକ ଦଳ ଏଲଓସି ପାର୍ କରି ଭାରତୀୟ ସୀମାକୁ ପ୍ରବେଶ କରିବାକୁ ଯୋଜନା କରୁଥିଲେ। କିନ୍ତୁ ଭାରତୀୟ ସେନା ଏହି ଯୋଜନାକୁ ପଣ୍ତ କରିଥିଲା। ସୁରକ୍ଷାକର୍ମୀ ଓ ଆତଙ୍କୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ଯେଉଁଥିରେ ୩ ଆତଙ୍କୀ ନିପାତ ହୋଇଥିବା ସୂଚନା ମିଳିଛି। ଏବେ ବି ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories