www.samajalive.in
Saturday, December 13, 2025
26.1 C
Bhubaneswar

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

ଡେସ୍କ: ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ବାଚସ୍ପତି କହିଥିଲେ ଯେ ଡଃ ସିଂହଙ୍କ ବିୟୋଗ ଦେଶରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ଯାହାପୂରଣ କରିବା କଷ୍ଟକର। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପରିବାରକୁ ସାଂସଦଙ୍କ ଭାବନା ଜଣାଇବା ପାଇଁ ଗୃହରେ ଏକ ସଂକଳ୍ପ ମଧ୍ୟ ଗୃହୀତ ହୋଇଥିଲା। ଶ୍ରୀ ବିର୍ଲା ଅନ୍ୟ ୫ ଜଣ ସଦସ୍ୟଙ୍କ ଅବଦାନକୁ ସ୍ମରଣ କରିଥିଲେ। ଏହା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ସର୍ଭେ ଗୃହରେ ଉପସ୍ଥାପନ କରିବା ପରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା।

ସେହିଭଳି, ରାଜ୍ୟସଭାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ଏବଂ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା ଏବଂ ଅନ୍ୟ ତିନି ଜଣ ପୂର୍ବତନ ସଦସ୍ୟଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପିତ ହେବା ପରେ ରାଜ୍ୟସଭାକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories