www.samajalive.in
Monday, December 8, 2025
20.1 C
Bhubaneswar

ସିମେଣ୍ଟ ବୋଝେଇ ଟିପର ଧକ୍କାରେ ଯୁବକ ମୃତ

ବାସୁଦେବପୁର: ସିମେଣ୍ଟ ବୋଝେଇ ଟିପର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କଷିଆ ସାମୁଦ୍ରିକ ଥାନା ଅଧିନ ବିନୋବାଭାବେ ନଗରର ନିତ୍ୟାନନ୍ଦ ଜାନାଙ୍କ ପୁଅ ବଳରାମ ଜାନା କଷିଆରୁ ଚାନ୍ଦିମାଳ ଛକକୁ ଆସୁଥିବା ସମୟରେ ଧାମରା- ବାସୁଦେବପୁର ରାସ୍ତାର ପାରାପୋଖରୀ ନିକଟରେ ସିମେଣ୍ଟ ବୋଝେଇ ଟିପର ଧକ୍କାଦେଇଥିଲା । ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଧାମରା- ଜାମୁଝାଡି ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଖବରପାଇ ଥାନାଧିକାରୀ ସାବିତ୍ରୀ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories