www.samajalive.in
Sunday, December 7, 2025
14.1 C
Bhubaneswar

ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି : ୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ

ନୂଆଦିଲ୍ଲୀ :  ସଂସଦରେ ୨୦୨୫-୨୬ ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏଥର ବଜେଟରେ ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ ଘୋଷଣା କରାଯାଇଛି। କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି। କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିଛି। ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫ ପ୍ରତିଶତ ଟିକସ ରହିଛି। ୧୬ ଲକ୍ଷ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ ପ୍ରତିଶତ ଟିକସ ରହିଛି। ସେହିପରି ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫ ପ୍ରତିଶତ ଟିକସ ରହିଛି। ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ ପ୍ରତିଶତ ରହିଛି।  ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ।

 

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories