www.samajalive.in
Sunday, December 14, 2025
23.1 C
Bhubaneswar

କର୍ମଚାରୀଙ୍କ ଅବସର ଦିନ ହିଁ ପେନସନ ପ୍ରଦାନ

ରାଇକିଆ: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପେନସନ ପାଇଁ ପୂର୍ବ ଭଳି ଆଉ କୌଣସି କର୍ମଚାରୀ ହଇରାଣ, ହରକତ ହେବେନି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ଅବସର ଦିନ ହିଁ ପେନସନ ମିଳିବାର ବ୍ୟବସ୍ଥା ସରକାର କରିଛନ୍ତି। ରାଇକିଆ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ ବେହେରାଙ୍କ ପ୍ରୟାସରେ ରାଇକିଆ ବ୍ଲକରେ ପ୍ରଥମ ଥର ପାଇଁ ଶୁକ୍ରବାର ଅବସର ଗ୍ରହଣ କରିଥିବା ସ୍ଥାନୀୟ ଚୂନପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୀବ ନାୟକଙ୍କୁ ଅବସର ଦିନ ହିଁ ତାଙ୍କର ଫାଇନାଲ ପେନସନ ପ୍ରଦାନ କରାଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ସମେତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସାରଥୀ କହଁରଙ୍କ ଉପସ୍ଥିତିରେ ଶ୍ରୀ ନାୟକଙ୍କୁ ଅବସରକାଳୀନ ଶୁଭେଛା ଜଣାଇବା ସହ ପେନସନ ପ୍ରଦାନ କରାଯାଇଥିଲା।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories