www.samajalive.in
Sunday, December 14, 2025
26.1 C
Bhubaneswar

ବର୍ଣ୍ଣବୋଧର ଅବିକଳ ସଂସ୍କରଣକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭକ୍ତକବି ମଧୁସୂଦନ ରାଓଙ୍କ ବର୍ଣ୍ଣବୋଧର ଅବିକଳ ସଂସ୍କରଣର ଶୁଭ ଉନ୍ମୋଚନ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ ବିଶିଷ୍ଟ ଅତିଥିଗଣ ଉପସ୍ଥିତ ଥିଲେ। ବର୍ଣ୍ଣବୋଧକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଚଳିତ ବର୍ଷ ଏହି ପୁସ୍ତକର ୧୦ ହଜାର କପି ଛପାଇବା ପାଇଁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି।

ସେ କହିଛନ୍ତି, ମା’, ମାତୃଭୂମି ଏବଂ ମାତୃଭାଷା ଯେକୌଣସି ମାନବର ସବୁଠାରୁ ବଡ଼ ପରିଚୟ। ଓଡ଼ିଆ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ଜନମାନସରେ ଆଦୃତ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିଖାଇ ହେବ ଏହି ପୁସ୍ତକରେ ପ୍ରତିପାଦିତ କରିଛନ୍ତି। ପବିତ୍ର ଶ୍ରୀ ପଞ୍ଚମୀ ଓ ଭକ୍ତକବି ମଧୁସୂଦନ ରାଓଙ୍କ ଜନ୍ମତିଥି ଅବସରରେ ତାଙ୍କ ରଚିତ ବର୍ଣ୍ଣବୋଧକୁ ନୂତନ ଭାବେ ପ୍ରକାଶ କରିବା, ଭକ୍ତକବିଙ୍କ ପ୍ରତି ଓଡ଼ିଆ ଜାତିର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories