www.samajalive.in
Saturday, December 6, 2025
26.1 C
Bhubaneswar

ରାସ୍ତା ମରାମତି ଦାବିରେ ୮ ଘଣ୍ଟିଆ ବିନିକା ବନ୍ଦ

ସୁବର୍ଣ୍ଣପୁର : ରାସ୍ତା ମରାମତି ଦାବିରେ ବନ୍ଦ ପାଳନ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ମୁଖ୍ୟ ରାସ୍ତା ମରାମତି ଦାବିରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଆଜି ବନ୍ଦ ପାଳନ କରାଯାଉଛି। ଅଭିଯୋଗ ଅନୁସାରେ ବର୍ଷ ବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ମୁଖ୍ୟରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତା ପ୍ରାୟ ପ୍ରତିଦିନ ଦୁର୍ଘଟଣା ଘଟିବା ସହ ଲୋକଙ୍କ ଜୀବନ ଯାଉଛି। ଖାଲଢିପ ଏବଂ ଧୂଳିମୟ ରାସ୍ତାରେ  ଯାତାୟାତ କରି ଲୋକେ ବହୁ ସମସ୍ୟା ଭୋଗୁଛନ୍ତି । ବାରମ୍ବାର ଅଭିଯୋଗ ପରେ ବି ମରାମତି ହେଉନଥିବା ଅଭିଯୋଗ ହେଉଛି। ପ୍ରତିବାଦରେ ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନକାରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି। ତେବେ ଏହି ବନ୍ଦରୁ ଜରୁରୀ ସେବାକୁ ବାଦ୍ ଦିଆଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories