www.samajalive.in
Monday, December 8, 2025
24.1 C
Bhubaneswar

ଅତିଥି ବେଶରେ ଆସିଲେ, ଲୁଟିନେଲେ….

ଭୁବନେଶ୍ଵର: ଷ୍ଟାର୍ ହୋଟେଲ ବାହାଘରରୁ ଲୁଟ୍। ଅତିଥି ବେଶରେ ଦୁଇ ଚୋର ଆସି ଲୁଟି ନେଇଛନ୍ତି ନଗଦ ୨.୫ ଲକ୍ଷ ଟଙ୍କା ସହ ସୁନା ଗହଣା। ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ଵରରେ। ରାଜଧାନୀର ଏକ ଷ୍ଟାର୍ ହୋଟେଲରେ ଏକ କର୍ପୋରେଟ୍ ସଂସ୍ଥାର ଅବସରପ୍ରାପ୍ତ ଏଚଆର୍ ସରୋଜ କୁମାର ମିଶ୍ରଙ୍କ ଝିଅ ସଂଜନିକା  ମିଶ୍ରଙ୍କ ସହ ଝାଡଖଣ୍ଡ ଚକ୍ରଧରପୁରର ଡାକ୍ତର ଅଭିଷେକ ଷଡଙ୍ଗୀଙ୍କ ସହ ବିବାହ ଉତ୍ସବ ଚାଲିଥିଲା। ଏତିକିବେଳେ ଦୁଇ ଜଣ ଚୋର ଅତିଥି ବେଶରେ ଆସି ଡାକ୍ତର ଦମ୍ପତ୍ତିଙ୍କ ଠାରୁ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା ଲୁଟି ନେଇଛନ୍ତି। ସିସି ଟିଭିରେ ଚୋରି ବେଳର ସମ୍ପୂର୍ଣ୍ଣ ଦୃଶ୍ୟ କଏଦ ହୋଇଛି। ଏ ନେଇ ମୈତ୍ରୀ ବିହାର ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories