www.samajalive.in
Friday, December 5, 2025
26.1 C
Bhubaneswar

୫ରୁ ଓଡ଼ିଶା ଆସିବେ ଷୋଡ଼ଶ ଅର୍ଥ କମିଶନ

ଭୁବନେଶ୍ବର : ଫେବୃଆରୀ ୫ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିଶନ। ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଷୋଡ଼ଶ ଅର୍ଥ କମିଶନଙ୍କ ସମ୍ମୁଖରେ ୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରାଜ୍ୟ ସରକାର ଉପସ୍ଥାପନ କରିବେ। ଏହି ଦାବିକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି। ପ୍ରାକୃତିକ ବିପର୍ଯ୍ୟୟ ଲାଗି ସ୍ୱତନ୍ତ୍ର ପ୍ୟାକେଜ୍‌ ଦାବି କରାଯିବା ନେଇ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି। ପୂର୍ବରୁ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଓଡ଼ିଶାକୁ ସ୍ୱତନ୍ତ୍ର ଅନୁଦାନ ପାଇଁ ଦାବି ହୋଇ ଆସୁଥିଲା। ମାତ୍ର କେନ୍ଦ୍ର ସରକାର ଦାବିକୁ ଉପେକ୍ଷା କରିଆସୁଥିଲେ। ଚଳିତ ଥର ଷୋଡଶ ଅର୍ଥ କମିଶନରୁ ଓଡ଼ିଶା ସରକାର ଅଧିକ ଆଶା ରଖିଛନ୍ତି। ୨୦୨୧-୨୬ବର୍ଷ ଲାଗି ତତ୍କାଳୀନ ରାଜ୍ୟ ସରକାର ଅର୍ଥ କମିଶନଙ୍କଠାରେ ୮ଲକ୍ଷ ୨୪ହଜାର କୋଟିର ଦାବି ରଖିଥିବାବେଳେ ୨ ଲକ୍ଷ ୨୨ ହଜାର କୋଟି ଅନୁଦାନ ମିଳିଥିଲା।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories