www.samajalive.in
Saturday, December 13, 2025
26.1 C
Bhubaneswar

କାଜୁ ଜଙ୍ଗଲରୁ ମୃତଦେହ ଉଦ୍ଧାର

ଆଠଗଡ଼: ଆଠଗଡ଼ ଥାନା ଅନ୍ତର୍ଗତ ଦୋରଡ ପଞ୍ଚାୟତ ଅଧିନ ତରସିଂହ ଗ୍ରାମ ନିକଟସ୍ଥ ଏକ କାଜୁ ଜଙ୍ଗଲରୁ ଏକ ମୃତ ଦେହ ପୁଲିସ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଦୋରଡ ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ସନ୍ତୋଷ ରାଉତ ଓରଫ୍ ଟୁଲିଆ ବୋଲି ଜଣାପଡିଛି। ରାଜମିସ୍ତ୍ରୀ ଭାବରେ କାମ କରୁଥିବା ମୃତ ଟୁଲିଆ ଗତ ଜାନୁଆରୀ ୩୧ ତାରିଖ ଠାରୁ ନିଖୋଜ ଥିଲେ। ମୃତଦେହ ନିକଟରେ ଏକ କୀଟନାଶକ ବୋତଲ ପଡିଥିବାରୁ ସିଏ ଆତ୍ମହତ୍ୟା କରିଥିବା ସନ୍ଦେହ ପ୍ରକାଶ ପାଉଛି। ଆଠଗଡ଼ ପୁଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଶବ ବ୍ୟବଚ୍ଛେଦ କରିବା ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ଜଣାପଡିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories