www.samajalive.in
Thursday, December 11, 2025
16.1 C
Bhubaneswar

ନିରଞ୍ଜନ ପଟ୍ଟନାୟକଙ୍କ ପରେ ଏବେ ଟାର୍ଗେଟରେ ଜୟଦେବ ଜେନା

ଭୁବନେଶ୍ଵର: କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ପରେ ଏବେ ଟାର୍ଗେଟରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା। ଅଜଣା ନମ୍ବରରୁ ଜୟଦେବଙ୍କୁ ଆସୁଛି ଧମକପୂର୍ଣ୍ଣ କଲ୍‌। ୫୦ ଲକ୍ଷ ଟଙ୍କା ଦେବାକୁ ଜୟଦେବଙ୍କୁ ଫୋନ୍ ଯୋଗେ ଧମକ ମିଳିଥିବା ଜଣାପଡ଼ିଛି। ୫୦ ଲକ୍ଷ ଦିଅ ନହେଲେ ତମକୁ ଜୀବନରୁ ମାରିଦେବୁ ବୋଲି ଧମକ ଦେଇଛନ୍ତି ଦୁର୍ବୃତ୍ତ। ଓଡ଼ିଆ ଭାଷାରେ କଥା ହେଉଥିଲେ ଦୁର୍ବୃତ୍ତ। କ୍ୟାପିଟାଲ ଥାନାରେ ଏନେଇ ଅଭିଯୋଗ ଦେଇଛନ୍ତି ଜୟଦେବ ଜେନା। ରାଜ୍ୟରେ ଆଇନଶୃଙ୍ଖଳ ସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିବା ସେ ଅଭିଯୋଗ କରିଛନ୍ତି। ଧମକ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଜୟଦେବ ଜେନା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories