www.samajalive.in
Sunday, December 14, 2025
26.1 C
Bhubaneswar

ଉତ୍ତରାଖଣ୍ଡରେ ପଞ୍ଜୀକୃତ ହେଲେ ପ୍ରଥମ ଲିଭ-ଇନ ଦମ୍ପତି

ସମାଜ ଡିଜିଟାଲ ଡେସ୍କ: ଉତ୍ତରାଖଣ୍ଡ ସରକାର ୟୁନିଫର୍ମ ସିଭିଲ କୋଡ(ୟୁସିସି) ବା ସମାନ ନାଗରିକ ସଂହିତା ଲାଗୁ କରିବାର ୯ ଦିନ ପରେ ରାଜ୍ୟରେ ପ୍ରଥମ ଲିଭ-ଇନ ଦମ୍ପତି ନିଜ ନାମ ପଞ୍ଜୀକରଣ କରିଛନ୍ତି। ମଙ୍ଗଳବାର ଡେରାଡୁନସ୍ଥିତ ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ନୂଆ ଆଇନ ଅନୁସାରେ ସେମାନଙ୍କ ନାଁ ପଞ୍ଜୀକୃତ ହୋଇଛି।

ଗତ ଜାନୁୟାରୀ ୨୭ ତାରିଖରେ ଉତ୍ତରାଖଣ୍ଡ ସରକାର ରାଜ୍ୟରେ ସମାନ ନାଗରିକ ସଂହିତା ଲାଗୁ କରିଥିଲେ। ଏହି ନୂଆ ଆଇନ ଅନୁସାରେ ରାଜ୍ୟରେ କୌଣସି ଯୁବତୀ ଯୁବକ ବିନା ପଞ୍ଜୀକରଣରେ ଲିଭ-ଇନ ସମ୍ପର୍କରେ ରହିପାରିବେ ନାହିଁ। ସେମାନଙ୍କୁ ସରକାରୀ କାର୍ଯ୍ୟାଳୟରେ ନିଜ ନାମ ପଞ୍ଜୀକରଣ କରିବାକୁ ହେବ। ଯାହାର ତଥ୍ୟ ସେମାନଙ୍କ ଅଭିଭାବକଙ୍କ ନିକଟକୁ ପଠାଯିବ। ସେହିପରି ୟୁସିସିରେ ଆହୁରି ଅନେକ ପ୍ରାବଧାନ ରହିଛି। ତେବେ ରାଜ୍ୟରେ ୟୁସିସି ଲାଗୁ ହେବା ପରେ ୩ ଲିଭ-ଇନ ଦମ୍ପତି ପଞ୍ଜୀକରଣ ପାଇଁ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ଗୋଟିଏ ଦମ୍ପତିଙ୍କ ନାଁ ପଞ୍ଜୀକୃତ ହୋଇଛି। ଅନ୍ୟ ଆବେଦନକାରୀଙ୍କ ସମ୍ପର୍କରେ ତଥ୍ୟ ଯାଞ୍ଚ କରାଯିବା ପରେ ପଦକ୍ଷେପ ନିଆଯିବ ବୋଲି ନୋଡାଲ ଅଧିକାରୀ ଅଭିନବ ଶାହ କହିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories