www.samajalive.in
Sunday, December 14, 2025
16.1 C
Bhubaneswar

ଲାଞ୍ଜିଗଡ଼ରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼: ରାଜ୍ୟରେ ବିଜେପି ସରକାର ଗଠନ ହେବାପରେ ତୃଣମୂଳସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବାବେଳେ ବୁଧବାର ସାରା ରାଜ୍ୟରେ ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କ୍ରମରେ ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଗୋପବନ୍ଧୁ ହାଇସ୍କୁଲ ପଡ଼ିଆରେ ବ୍ଲକସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସର୍ବପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍‌ସିଂ ଜରିଆରେ ଏହାର ଶୁଭାରମ୍ଭ କରିଥିଲେ। ଏଥିପାଇଁ ଅନୁଷ୍ଠିତ ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ସ୍ୱାଗତ ଅଭିଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ସାଂସଦ ପ୍ରତିନିଧି ନିରଞ୍ଜନ ବିଭାର, ଜିଲ୍ଲା ପରିଷଦ ସଦସ୍ୟ ଅଞ୍ଜଳୀ ମାଝୀ, ପରୀକ୍ଷିତ ନାଏକ, ସିଡିପିଓ ବିଜୟଶ୍ରୀ ସିଂହଦେଓ, ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ର, ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ ବଳିୟାର ସିଂହ, ଏପିଓ ସଞ୍ଜିତ ପରିଡ଼ା, ବୁଦ୍ଧିଜୀବୀ ଓ ଜନସାଧାରଣ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିପରି ବିଶ୍ୱନାଥପୁର ଥାନାଧିକାରୀ ମମତା ହେମ୍ବ୍ରମଙ୍କ ନେତୃତ୍ୱରେ ପୁଲିସ ବାହିନୀ ଶାନ୍ତି ଶୃଙ୍ଖଳା ଦାୟିତ୍ୱରେ ନିୟୋଜିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories