www.samajalive.in
Saturday, December 13, 2025
26.1 C
Bhubaneswar

ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଜି ଉଦୟଗିରି: କିଲାକିଆ ସେବାଶ୍ରମ ବିଦ୍ୟାଳୟ କମିଟି ସଭାନେତ୍ରୀ ଶାରଳା ପ୍ରଧାନଙ୍କ ଅଧ୍ୟକ୍ଷତାରେ ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଛାତ୍ର ଓ ଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ଶିକ୍ଷାର ବିକାଶ ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଦ୍ୟାଳୟର ପୁରାତନ ଛାତ୍ର ବସୁଦେବ ପ୍ରଧାନ ଉତ୍ତମ ଛାତ୍ର ଓ ଛାତ୍ରୀ ହୋଇ ବିଦ୍ୟାଳୟର ମାନ ବୃଦ୍ଧି କରିବାକୁ ପରାମର୍ଶ ଦେଉଥିଲେ। ଅନ୍ୟତମ ଅତିଥି ଭାବେ ବରିଷ୍ଟ ସାମ୍ବାଦିକ ରାମକୃଷ୍ଣ ଚୌଧୁରୀ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରୋଜାଲିନ ନାୟକ, ଦୁଙ୍ଗି ସେବାଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୁରୁପ୍ରସାଦ ସାହୁ, ରେଢ଼ାସିଂ ସେବାଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ଦାଶ, ଅନ୍ମେଶା ବାଳିକା ଅଧକ୍ଷା ମାଗଦଳିନା ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories