www.samajalive.in
Thursday, December 11, 2025
27.1 C
Bhubaneswar

ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ରୂପ ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ବାଲିଗୁଡା :   ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ ପ୍ରତିନିଧି ଦଳ ଗତ ଦୁଇ ଦିନ ହେଲା ଦାରିଙ୍ଗବାଡିର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲି ପରିଦର୍ଶନ କରୁଛନ୍ତି।

ପ୍ରକାଶ ଯେ, ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ତହସିଲଦାର ଶରତ ଶବରଙ୍କ ସହ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନାତନ ପ୍ରଧାନ ଏବଂ କନିଷ୍ଠ ଯନ୍ତ୍ରୀ ବିଶ୍ୱଜିତ ମହାରଣା ପ୍ରମୁଖ ମିଳିତ ଭାବେ ଦାରିଙ୍ଗବାଡିର ହିଲଭିୟୁ, ନେଚର ପାର୍କ ସମେତ ଡୁଲୁରୀ ପାଇନ ବଣ, ରେନବୋ,ପାଟ୍ଟାବାନ୍ଧା ଏବଂ ମିଡିୟୁବାନ୍ଦା ଜଳପ୍ରପାତ, ଯୋଗୀମଠ, ତୀର୍ଥକ୍ଷେତ୍ର ଋଷିମାଳ ପାହାଡ଼, କିରିକୁଟି ଲଭର୍ସ ପଏଣ୍ଟ, କଫି ବଗିଚା,ସମେତ ସମସ୍ତ ନୂଆ ଓ ପୁରୁଣା ପର୍ଯ୍ୟଟନ କ୍ଷେତ୍ରକୁ ମିଳିତ ପରିଦର୍ଶନ କରିଛନ୍ତି। ଓଡିଶା ପର୍ଯ୍ୟଟନ ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଭାରତ ପ୍ରଶାସନିକ ଅଧିକାରୀ ସମର୍ଥ ବର୍ମା କନ୍ଧମାଳ ଜିଲାପାଳଙ୍କୁ ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ଗୁଡିକର ବିକାଶ ପାଇଁ ଆବଶ୍ୟକ କ୍ଷେତ୍ର ପରିଦର୍ଶନ କରି ରାଜ୍ୟକୁ ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ଦୁଇ ଜଣିଆ ପ୍ରତିନିଧିଙ୍କ ସହ କ୍ଷେତ୍ର ପରିଦର୍ଶନ କରିଛନ୍ତି। ସମସ୍ତ ପର୍ଯ୍ୟଟନ କ୍ଷେତ୍ର ବିଶେଷ କରି ପର୍ଯ୍ୟଟକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇଦେବା ସହ ସୌନ୍ଦର୍ଯ୍ୟକରଣ କରାଯିବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories