www.samajalive.in
Friday, December 12, 2025
16.1 C
Bhubaneswar

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା, ୩ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ୩ଜଣ କର୍ମଚାରୀଙ୍କ ପଲିଗ୍ରାଫ ଟେଷ୍ଟ ଶେଷ ହୋଇଛି। ଆଜି ପୁଲିସ ପକ୍ଷରୁ ୩ଜଣ କର୍ମଚାରୀ ଓ ଡ୍ରାଇଭରଙ୍କ ପଲିଗ୍ରାଫ ଟେଷ୍ଟ କରାଯାଇଛି। ଏହି ଘଟଣାରେ କମିଶନରେଟ ପୁଲିସର ଏକ ସ୍ପେଶାଲ ଟିମ ପକ୍ଷରୁ ୨ଟି ରାଜ୍ୟରେ ଚଢ଼ାଉ ଜାରି ରଖାଯାଇଛି। ଚୋରି ଦିନ ଲୁଟେରା ଅଟୋରେ ଆସିଥିବା ପୁଲିସ ଜାଣିବାକୁ ପାଇଛି। ଲୁଟେରା ସହ କର୍ମଚାରୀଙ୍କ ସମ୍ପର୍କ ଥିବା ପୁଲିସ ସନ୍ଦେହ କରୁଛି।

ଏଠାରେ ସୂଚନା ଯୋଗ୍ୟ ଯେ ଗତ ୨୬ ତାରିଖରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ହୋଇଥିଲା। ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ନିରଞ୍ଜନଙ୍କ ବାସଭବନରୁ ଲୁଟ୍‌ ହୋଇଥିଲା। ଘରେ କେହି ନଥିବାର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଆଲମିରା ଲକର୍‌ ତାଡ଼ି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଥିଲେ । ସିସିଟିଭି ଫୁଟେଜକୁ ଆଧାର କରି ନୟାପଲ୍ଲୀ ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories