www.samajalive.in
Sunday, December 14, 2025
23.1 C
Bhubaneswar

ଜୀବିକା ନୁହେଁ, ଜନସେବାର ମାଧ୍ୟମ ହେଉଛି ସରକାରୀ ଚାକିରୀ – ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ସରକାରୀ ଚାକିରି କେବଳ ଏକ ଜୀବନ ଜୀବିକାର ସାଧନ ନୁହେଁ ବରଂ ଏହା ଜନସେବାର ଏକ ମାଧ୍ୟମ। ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ରାଜ୍ୟସ୍ଥରୀୟ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା ଓ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକାଶ କରି ଏହା କହିଛନ୍ତି।

ରାଜ୍ୟ ସରକାରଙ୍କ ୯ଟି ବିଭାଗରେ ଆଜି ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ୭ ମାସ ମଧ୍ୟରେ ୨୦ ହଜାରରୁ ଅଧିକ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରଥମ ଦୁଇ ବର୍ଷ ମଧ୍ୟରେ ୬୫ ହଜାରରୁ ଅଧିକ ନିଯୁକ୍ତି ଦେବେ ବୋଲି ସେ କହିଛନ୍ତି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories