www.samajalive.in
Saturday, December 13, 2025
26.1 C
Bhubaneswar

ଗଠନ ହେବ ନୂଆ ସହର ଓ ଗ୍ରେଟର ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ

ଡେସ୍କ: ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ କରାଯିବ। ଲୋକସେବା ଭବନ ଠାରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହା କହିଛନ୍ତି।

ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ୍ ଗ୍ରେଟର ଭୁବନେଶ୍ୱର ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ୨୦୩୬ ବିକଶିତ ଓଡ଼ିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି। ସମୁଦାୟ ୮ ହଜାର ୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ଅଞ୍ଚଳ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି । ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକ ସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରାଯିବ ବୋଲି ଶ୍ରୀ ମାଝି କହିଛନ୍ତି।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories