www.samajalive.in
Friday, December 12, 2025
14.1 C
Bhubaneswar

ମାତୃଶକ୍ତିଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବ ସୁଭଦ୍ରା ଯୋଜନା – ମୁଖ୍ୟମନ୍ତ୍ରୀ

ଡେସ୍କ: ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି ବାବଦକୁ ୯୦୦କୋଟିରୁ ଊର୍ଦ୍ଧ୍ଵ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାଜପୁର ଜିଲ୍ଲା ବ୍ୟାସନଗର ସ୍ଥିତ ଚାନ୍ଦମା ପଡିଆରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ଏହି ଅର୍ଥ ରାଶି ପ୍ରଦାନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ମାତୃଶକ୍ତିଙ୍କ ସଶକ୍ତିକରଣକୁ ସର୍ବାଧିକ ଗୁରୁତ୍ଵ ଦେଇ ‘ସୁଭଦ୍ରା’ ଯୋଜନାର ସଫଳ ରୂପାୟନ କରାଯାଇଛି। ମହିଳାମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବାରେ ସୁଭଦ୍ରା ସହାୟତା ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ସେ କହିଛନ୍ତି।

- Advertisement -

ଶ୍ରୀ ମାଝୀ କହିଛନ୍ତି, ସରକାର ବିକଶିତ ଓଡ଼ିଶା ପାଇଁ ଯେଉଁ ପରିକଳ୍ପନା କରିଛନ୍ତି ତାହା ମା’ମାନଙ୍କ ଉଦ୍ୟମ ଏବଂ ଯୋଗଦାନରେ ନିଶ୍ଚୟ ସଫଳ ହେବ। ଏଥିପାଇଁ ଆବଶ୍ୟକୀୟ ପ୍ରୋତ୍ସାହନ ଯୋଗାଇ ଦେବା ନିମନ୍ତେ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି।

ଏହି ପର୍ଯ୍ୟାୟରେ ୧୮ ଲକ୍ଷ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ୯ ଶହ କୋଟି ଟଙ୍କା ପଠାଯାଇଛି। ଆୟୋଜିତ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଯାଜପୁର ସାଂସଦ ରବିନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶ ଦାସନାୟକ, ବଡଚଣା ବିଧାୟକ ଅମର ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ମହିଳା ଓ ଶିଶୁ ବିଭାଗର ସଚିବ ଶୂଭା ଶର୍ମା, ଯାଜପୁର ଜିଲ୍ଲାପାଳ ପି ଅନ୍ଵେଷା ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories