www.samajalive.in
Saturday, December 13, 2025
21.1 C
Bhubaneswar

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ଡେସ୍କ: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି ପ୍ରତିନିଧି ଦଳରେ ରାଜ୍ୟ ବିଜେପି ସଭାପତି ଏ ଶାରଦା ଓ ବରିଷ୍ଠ ନେତା ସମ୍ବିତ ପାତ୍ର ମଧ୍ୟ ସାମିଲ ଥିଲେ।

ରାଜ୍ୟପାଳଙ୍କୁ ଭେଟିବା ପରେ ଶ୍ରୀ ସିଂହ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟକୁ ଯାଇଥିଲେ। ରାଜ୍ୟପାଳଙ୍କୁ ଲେଖିଥିବା ଚିଠିରେ ଶ୍ରୀ ସିଂହ କହିଛନ୍ତି, ମଣିପୁରବାସୀଙ୍କ ସେବା କରିବା ଗୌରବର ବିଷୟ। ପ୍ରତ୍ୟେକ ମଣିପୁରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସମୟୋପଯୋଗୀ ପଦକ୍ଷେପ, ହସ୍ତକ୍ଷେପ, ଉନ୍ନୟନମୂଳକ କାର୍ଯ୍ୟ ଏବଂ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ପାଇଁ ମୁଁ କେନ୍ଦ୍ର ସରକାରଙ୍କୁ ଅତ୍ୟନ୍ତ ଧନ୍ୟବାଦ ଜଣାଉଛି।

- Advertisement -

ତେବେ ଦିଲ୍ଲୀରୁ ଫେରିବାର କିଛି ଘଣ୍ଟା ପରେ ଏଭଳି ଘଟଣା ଘଟିଛି। ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନ ସଂକ୍ରାନ୍ତରେ ଶନିବାର ରାଜନାଥ ସିଂହ ମୁଖ୍ୟମନ୍ତ୍ରୀ ସଚିବାଳୟରେ ବିଜେପି ନେତୃତ୍ୱାଧୀନ ଶାସକ ମେଣ୍ଟ ବିଧାୟକଙ୍କ ସହ ଏକ ବୈଠକ ଡାକିଥିଲେ। ଶ୍ରୀ ସିଂହଙ୍କ ନେତୃତ୍ବାଧୀନ ସରକାର ବିରୋଧରେ ବିରୋଧୀ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଉଦ୍ୟମ କରିବା ପରିପ୍ରେକ୍ଷୀରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

Hot this week

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

Related Articles

Popular Categories