www.samajalive.in
Saturday, December 13, 2025
26.1 C
Bhubaneswar

ଚିଟ୍‌ଫଣ୍ଡ କମିସନଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଲା

କଟକ: ଚିଟ୍‌ଫଣ୍ଡ୍‌ ମାମଲାର ତଦନ୍ତ କରୁଥିବା ଜଷ୍ଟିସ୍‌ ମଦନ ମୋହନ ଦାସ କମିସନ୍‌ଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି ହୋଇଛି। କମିସନଙ୍କ କାର୍ଯ୍ୟକାଳ ୨୦୧୯, ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ସଂପର୍କରେ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। କମିସନଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ୨୦୧୯, ଫେବୃୟାରୀ ୪ରେ ପୂରିବାକୁ ଯାଉଥିଲା। ତେବେ ତଦନ୍ତ ପ୍ରକ୍ରିୟା ସରି ନ ଥିବାରୁ କାର୍ଯ୍ୟକାଳ ବୃଦ୍ଧି ପାଇଁ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୃହ ବିଭାଗକୁ ଗତ ମାସରେ ଚିଠି ଲେଖା ଯାଇଥିଲା। ଏହା ପରେ ଗୃହ ବିଭାଗ କମିସନଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିବା ଜଣାଯାଇଛି। ଏଠାରେ
ସୂଚନାଯୋଗ୍ୟ ଯେ ଚିଟ୍‌ଫଣ୍ଡ୍‌ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ୨୦୧୩, ଜୁଲାଇ ୯ ତାରିଖରେ ଜଣିକିଆ କମିସନ୍‌ ଗଠନ କରାଯାଇଥିଲା। ୨୦୧୩ରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଆର୍‌.କେ.ପାତ୍ରଙ୍କୁ ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଜଷ୍ଟିସ ପାତ୍ରଙ୍କ ପରଲୋକ ପରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଏମ୍‌.ଏମ୍‌.ଦାସଙ୍କୁ ୨୦୧୫, ଫେବୃୟାରୀ ୫ ତାରିଖ ଦିନ ତଦନ୍ତ ଦାୟିତ୍ବ ଅର୍ପଣ କରାଯାଇଥିଲା। ପ୍ରଥମରୁ ୫ଟି ପ୍ରସଙ୍ଗରେ ତଦନ୍ତ ପାଇଁ କମିସନଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଥିଲା। ୨୦୧୫, ଫେବୃୟାରୀ ୨୦ରେ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ପ୍ରାଥମିକ ପର୍ଯ୍ୟାୟରେ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀ (୧୦ ହଜାର ଟଙ୍କା ବା ତା’ଠାରୁ କମ୍‌ ନିବେଶ କରିଥିବା ବ୍ୟକ୍ତି)ଙ୍କ ଚିହ୍ନଟ ଓ ସେମାନଙ୍କ ଟଙ୍କା ଫେରସ୍ତ ପ୍ରକ୍ରିୟା ସଂକ୍ରାନ୍ତରେ ପରାମର୍ଶ ପ୍ରଦାନ ପାଇଁ କମିସନଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା। କମିସନଙ୍କ କାର୍ଯ୍ୟକାଳ ବିଭିନ୍ନ ସମୟରେ ବୃଦ୍ଧି କରାଯାଇଥିବା ବେଳେ ଇତିମଧ୍ୟରେ କ୍ଷୁଦ୍ର ଜମାକରୀଙ୍କ ପ୍ରସଙ୍ଗରେ ସରକାରଙ୍କୁ ପଞ୍ଚମ ଅନ୍ତରୀଣ ରିପୋର୍ଟ କମିସନ୍‌ ପ୍ରଦାନ କରି ସାରିଛନ୍ତି। ଅନ୍ୟପକ୍ଷରେ କମିସନ ସତ୍ୟପାଠ ଦାଖଲରୁ ବଞ୍ଚିତ ହୋଇଥିବା ଜମାକାରୀଙ୍କି ନ୍ୟାୟ ଦେଵା ପାଇଁ ଦୁଇ ଥର ବିଜ୍ଞପ୍ତି ଜାରି କରି ସତ୍ୟପାଠ ଦାଖଲ ପାଇଁ ଆହ୍ବାନ କରିଥିଲେ। ଫଳରେ ୬ଲକ୍ଷରୁ ଅଧିକ ସତ୍ୟପାଠ ପହଞ୍ଚିଥିବା ଜଣାଯାଇଛି। ସେହିପରି ଚଳିତ ମାସରେ ଷଷ୍ଠ ଅନ୍ତରୀଣ ରିପୋର୍ଟ ଦେବେ କମିସନ। ଏ ନେଇ କମିସନଙ୍କ ରିପୋର୍ଟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଜଣାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories