www.samajalive.in
Tuesday, December 9, 2025
23.1 C
Bhubaneswar

ୟୁନିଭର୍ସିଟି ହାଇସ୍କୁଲର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର: ବାଣୀବିହାରସ୍ଥିତ ୟୁନିଭର୍ସିଟି ହାଇସ୍କୁଲର ବାର୍ଷିକ ବିତରଣ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଚେୟାରମ୍ୟାନ ତଥା ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷା ପ୍ରଫେସର ନବନୀତା ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳସଚିବ ଡ.କାହ୍ନୁଚରଣ ଧୀର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବାବେଳେ ଉଚ୍ଚ ଶିକ୍ଷା ବିଭାଗ ନିର୍ଦେଶକ କାଳୀପ୍ରସନ୍ନ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରାତନ ଛାତ୍ର ସଂସଦର ସଭାପତି ଦୀପକ କୁମାର ସ୍ୱାଇଁ ଏବଂ ଉପସଭାପତି ସନ୍ତୋଷ କୁମାର ମହାପାତ୍ର ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

- Advertisement -

ୟୁନିଭର୍ସିଟି ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟା ମହାପାତ୍ର ଅତିଥି ପରିଚୟ ପ୍ରଦାନ ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ ବିଭାଗରେ କରାଯାଇଥିବା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ସଭାଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ସବିତା ଦେଈ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories