ବିହାର : ସୀମାଞ୍ଚଳ ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ କେନ୍ଦ୍ର ସରକାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ, ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ଓ ମାଗଣାରେ ଚିକିତ୍ସା କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଦୁର୍ଘଟଣାର ତଦନ୍ତ କରିବା ପାଇଁ ରେଳମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ , ସୂଚନା ଅନୁଯାୟୀ, ବିହାରର ଯୋଗବାଣୀରୁ ନୂଆଦିଲ୍ଲୀ ଆନନ୍ଦ ବିହାର ଟର୍ମିନାଲକୁ ଯାଉଥିବା ଏହି ସୁପରଫାଷ୍ଟ ଏକ୍ସପ୍ରେସ ଶନିବାର ବିଳମ୍ବିତ ରାତି ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ରୁ ଅଧିକ ଆହତ ହୋଇଛନ୍ତି।
ରେଳ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା
Popular Categories



