www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ

ପୁରୀ : ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଆଜି  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଗଜୋଦ୍ଧାରଣ ବେଶ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଦର୍ଶନ ଦେବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories