www.samajalive.in
Saturday, December 6, 2025
16.1 C
Bhubaneswar

୧୩ରୁ ବିଧାନସଭା : ଆଜି ବସିବ ୩ ଦଳର ବୈଠକ

ଭୁବନେଶ୍ବର : ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଫେବୃଆରୀ ୧୩ରୁ ବସିବାକୁ ଥିବାବେଳେ ଆଜି ବିଜେପି, କଂଗ୍ରେସ ଏବଂ ବିଜେଡିର ବିଧାୟକ ଦଳ ବୈଠକ ବସିବ। ଏହି ବୈଠକରେ ବିରୋଧୀ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଅଡୁଆରେ ପକାଇବା ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ଥିବାବେଳେ ବିରୋଧୀଙ୍କୁ ପ୍ରତି ଉତ୍ତର ଦେବା ନିମନ୍ତେ ଶାସକ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ଅପରାହ୍ଣ ୪ଟାରେ ବିଧାନସଭା ପ୍ରକୋଷ୍ଠରେ କଂଗ୍ରେସ ବିଧାୟକ ଦଳ ବୈଠକ ବସିବ। କଂଗ୍ରେସ ବିଧାୟକ ଦଳ ଉପନେତା ଅଶୋକ ଦାସ କହିଛନ୍ତି, ଏହି ବୈଠକରେ କଂଗ୍ରେସର ସମସ୍ତ ବିଧାୟକ ଉପସ୍ଥିତ ରହିବେ। ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ କଂଗ୍ରେସ କେଉଁ ପ୍ରସଙ୍ଗକୁ ଗୃହରେ ଉପସ୍ଥାପନ କରିବ ସେ ସମ୍ପର୍କରେ ଆଲୋଚନା କରାଯିବ। ରାଜ୍ୟରେ ବେକାରୀ ସମସ୍ୟା ବଢୁଛି। ଉତ୍କର୍ଷ ଓଡ଼ିଶା ଏବଂ ପ୍ରବାସୀ ଭାରତୀୟ ଦିବସରେ କେତେ ଶିଳ୍ପ ଆସିଲା ଏବଂ କେବେ କାର୍ଯ୍ୟକାରୀ କରାଯାଇ ନିଯୁକ୍ତି ସୃଷ୍ଟି କରାଯିବ ବୋଲି ଜବାବ ମଗାଯିବ। ବିଜେଡି ବିଧାୟକ ଦଳ ବୈଠକ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଆଜି ଅପରାହ୍ଣ ୪ଟାରେ ବସିବ। ଗୃହରେ କେଉଁ ପ୍ରସଙ୍ଗ ଉଠାଯିବ ସେ ବିଷୟରେ ନିଷ୍ପତ୍ତି ନିଆଯିବ। ଅନ୍ୟପଟେ ଶାସକ ବିଧାୟକ ଦଳ ବୈଠକ ମୁଖମନ୍ତ୍ରୀ ମୋହନଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ବୈଠକରେ ବିରୋଧୀ ଦଳ ଉଠାଇବାକୁ ଥିବା ପ୍ରସଙ୍ଗ ଉପରେ କିପରି ଜବାବ ଦିଆଯିବ ଆଲୋଚନା କରାଯିବ ବୋଲି ବିଧାୟକ ବାବୁ ସିଂହ କହିଛନ୍ତି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories