www.samajalive.in
Sunday, December 7, 2025
16.1 C
Bhubaneswar

ଝିଅ ଜନ୍ମ ହେଲେ ମିଳିବ ୧୨ ହଜାର, ଜାଣନ୍ତୁ ପୁଅ ହେଲେ କେତେ ?

ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ। ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ। ଗର୍ଭବତୀ, ପ୍ରସୂତି ମହିଳାଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ। ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ। ତେବେ ପିଭିଟିଜିମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ। ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ଏବଂ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories