www.samajalive.in
Sunday, December 14, 2025
19.1 C
Bhubaneswar

ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ସମୃଦ୍ଧିର ମହାକୁମ୍ଭ ହେବ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫’

ଭୁବନେଶ୍ବର: ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫’ ଆୟୋଜନ ପରିପ୍ରେକ୍ଷୀରେ ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଲୋଗୋ ଏବଂ ମାସ୍କଟ୍ ଉନ୍ମୋଚନ କରିଛନ୍ତି। ପରେ ପରେ ମନ୍ତ୍ରୀ ସମାବେଶ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖିଥିଲେ। ମନ୍ତ୍ରୀ କହିଛନ୍ତି, ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ସମୃଦ୍ଧିର ମହାକୁମ୍ଭ ସାଜିବ ଏହି ସମାବେଶ। କ୍ଷୀର, ମାଂସ, ଅଣ୍ଡା ଓ ମାଛ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ସେ ତଥ୍ୟ ରଖିଛନ୍ତି।

ଚଳିତ ଫେବୃଆରୀ ୧୪ ରୁ ୧୬ ପର୍ଯ୍ୟନ୍ତ ବରମୁଣ୍ଡା ବିଜୁ ପଟ୍ଟନାୟକ ପଡ଼ିଆଠାରେ ଏହି ସମାବେଶ ଆୟୋଜିତ ହେବ। ୨୦୨୫ ବର୍ଷ ପାଇଁ ଥିମ ରହିଛି “ମତ୍ସ୍ୟ ଓ ପ୍ରାଣୀପାଳନ, ଜୀବନଜୀବିକା ଜୈବସନ୍ତୁଳନ”। ଏହି ସମାବେଶରେ ପ୍ରତି ବ୍ଲକରୁ ୨୬ ଜଣ ଚାଷୀ ମୋଟ ୮୧୬୪ ଜଣ ମତ୍ସ୍ୟଚାଷୀ ଓ ପ୍ରାଣୀପାଳକ ଯୋଗ ଦେବେ। ତା’ ସହ ପ୍ରତ୍ୟେକ ଉପଖଣ୍ଡରୁ ୪ ଜଣ ସଫଳ ପ୍ରାଣୀପାଳକ ଓ ମତ୍ସ୍ୟଚାଷୀଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବ। ବିଭାଗ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୨୪ ଜଣ ଶ୍ରେଷ୍ଠ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ। ସମାବେଶ ଉପଲକ୍ଷେ ଆୟୋଜିତ ବକ୍ତୃତା ଓ କୁଇଜ୍‌ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ।

- Advertisement -

ଚଳିତଥର ମୋଟ ୧୦ଟି ଇଣ୍ଟରାକ୍ଟିଭ୍ ପ୍ୟାନେଲ୍ ଆଲୋଚନାଚକ୍ର ଆୟୋଜନ ପାଇଁ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। “ମନ୍ତ୍ରୀଙ୍କୁ ପଚାରନ୍ତୁ” କାର୍ଯ୍ୟକ୍ରମରେ ସିଧାସଳଖ ଉତ୍ତର ରଖିବେ ବିଭାଗୀୟ ମନ୍ତ୍ରୀ ଗୋକୁଳନନ୍ଦ ମଲ୍ଲିକ। ୨ଟି ହ୍ୟାଙ୍ଗର୍ ରେ ପ୍ରାୟ ୨୦୦ ଟି ଷ୍ଟଲ୍‌ ରେ ମତ୍ସ୍ୟ, ପ୍ରାଣୀପାଳନ, ବିଭିନ୍ନ ବିଭାଗ ଓ କମ୍ପାନୀର ଉତ୍ପାଦ ପ୍ରଦର୍ଶିତ ହେବ। ସେହିପରି ୨ଟି ଖୋଲା ହ୍ୟାଙ୍ଗରରେ ଜୀବନ୍ତ ପ୍ରାଣୀ ଓ ମତ୍ସ୍ୟ ପ୍ରଦର୍ଶନୀ କରାଯିବ। ପ୍ରତି ସନ୍ଧ୍ୟାରେ ଲୋକନୃତ୍ୟ ଏବଂ ଶାସ୍ତ୍ରୀୟ ନୃତ୍ୟ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ।

ସମାବେଶକୁ ଅଧିକ ଆକର୍ଷଣୀୟ କରିବା ପାଇଁ ରାଜସ୍ଥାନରୁ ଆସୁଛି ମଇଁଷି ଷଣ୍ଢ ଭୀମ। ଆନ୍ଧ୍ରପ୍ରଦେଶର ପୁଙ୍ଗାନୁର ଗାଈ ସମାବେଶର ଅନ୍ୟତମ ଆକର୍ଷଣ। “ଡଗ୍ ଶୋ”ରେ ବିଭିନ୍ନ ପ୍ରଜାତିର କୁକୁରମାନଙ୍କୁ ପ୍ରଦର୍ଶିତ କରାଯିବ। ୧୪ ଫେବୃଆରୀ ସକାଳ ୬ଟାରେ ଓୟୁଏଟି ଭେଟେରିନାରୀ କଲେଜଠାରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ଏକ ୱାକାଥନ୍ ଆୟୋଜିତ ହେବ। ଏହି ୱାକାଥନରେ ଯୋଗ ଦେବାକୁ ମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏଥିସହ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା’ ବୁଲିବାକୁ ଆସି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ଆଧୁନିକ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ସମ୍ପର୍କରେ ଜ୍ଞାନ ଆହରଣ କରିବାକୁ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories