www.samajalive.in
Monday, December 15, 2025
16.1 C
Bhubaneswar

ଶେଷ ଦିନିକିଆ ଜିତିଲା ଭାରତ

ସମାଜ ଡିଜିଟାଲ ଡେସ୍କ: ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଟମ୍‌ ବାଣ୍ଟନ ଏବଂ ଗସ୍‌ ଆଟକିନ୍‌ସନ ସର୍ବାଧିକ ୩୮ ରନ ଲେଖାଏ କରିଥିଲେ। ଭାରତ ପକ୍ଷରୁ ଅର୍ଶଦୀପ ସିଂହ, ହର୍ଷିତ ରାଣା, ଅକ୍ଷର ପଟେଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ୱାଶିଂଟନ ସୁନ୍ଦର ଓ କୁଳଦୀପ ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରି ଶୁବମନ ଗିଲଙ୍କ ଶତକ ଏବଂ ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ଅର୍ଦ୍ଧଶତକ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୩୫୬ ରନ ସଂଗ୍ରହ କରିଥିଲା। ଇଂଲଣ୍ଡ ପକ୍ଷରୁ ଆଦିଲ ରସିଦ ସର୍ବାଧିକ ୪ଟି ଉଇକେଟ ନେଇଥିବାବେଳେ ମାର୍କ ଉଡ୍‌ ୨ଟି ଏବଂ ସାକିବ ମହମ୍ମୁଦ, ଜସ ଆଟକିନସନ ଓ ଜୋ ରୁଟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories