www.samajalive.in
Sunday, December 14, 2025
18.1 C
Bhubaneswar

ଚାଉଳ ମିଲ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ ଡୁରା ଗ୍ରାମରେ ଥିବା ଚିଲିକା ମା’ ଚାଉଳ ମିଲ୍‌ ଡ୍ରାଇଭର ନଟବର ସାହୁ( ୪୫)ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ନଟବର ଗତ ୩ ବର୍ଷ ହେଲା ଚାଉଳ ମିଲରେ ଡ୍ରାଇଭର ଭାବେ କାମ କରୁଥିଲେ। ଗତକାଲି ପାରିବାରିକ ଅଶାନ୍ତି ଯୋଗୁ ଅତ୍ୟଧିକ ମଦ୍ୟ ପାନ କରି ମିଲରେ ଶୋଇଥିଲେ। କିଛି ସମୟ ପରେ ମିଲର କର୍ମଚାରୀମାନେ ପାଟିରୁ ଫେଣ ବାହାରୁଥିବା ଦେଖି ତାଙ୍କ ପରିବାରକୁ ଜଣାଇବା ସହ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ନିମନ୍ତେ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ନେଇ ସାନ ଭାଇ କାହ୍ନୁ ଚରଣ ସାହୁ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପ୍ରକାରେ ପୁଲିସ ଏକ ଅପମୃତ୍ୟୁ ମାମଲା(୧/୨୫) ରୁଜୁ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories