www.samajalive.in
Monday, December 15, 2025
24.1 C
Bhubaneswar

ଥାନା ବାରାକ୍‌ରେ ପୁଲିସ୍ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ

ସୁବର୍ଣ୍ଣପୁର: ବିନିକା ଥାନା ବାରାକରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ପୁଲିସ୍ ବାରାକରେ ଜଣେ ରିଜର୍ଭ ପୁଲିସ୍ କର୍ମଚାରୀଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ଦିଲ୍ଲୀପ କୁମାର ମିଶ୍ର ବୋଲି ଜଣାପଡିଛି। ବିନିକା ସହରରେ ପାପକ୍ଷୟ ଲୋକ ମହୋତ୍ସବ ଚାଲିଥିବାବେଳେ ସେଠାକୁ ସେ ଡ୍ୟୁଟିରେ ଆସିଥିଲେ। ଗତକାଲି ଡ୍ୟୁଟି ସରିବା ପରେ ଦିଲ୍ଲୀପ୍‌ ପୁଲିସ୍ ବାରାକକୁ ଯାଇ ଶୋଇଥିଲେ।  ସକାଳୁ ଅନ୍ୟ ପୁଲିସ୍ କର୍ମଚାରୀମାନେ ତାଙ୍କୁ ଉଠାଇବା ବେଳେ ସେ ଉଠିନଥିଲେ । ପରେ ଏ ନେଇ ଡାକ୍ତରଙ୍କୁ ଖବର ଦିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଉଠା ଯିବା ନେଇ ସୂଚନା ମିଳିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories