www.samajalive.in
Saturday, December 13, 2025
26.1 C
Bhubaneswar

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା, ଖାଦ୍ୟ ଓ ଭିତ୍ତିଭୂମି ସମ୍ପର୍କିତ ସମୀକ୍ଷା ବୈଠକ 

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ ,ପୋଷାକ ଓ ସେମାନଙ୍କୁ କିଭଳି ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯାଇ ପାରିବ ସେ ସମ୍ପର୍କ ରେ ଏକ ତ୍ରୟମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ସହ ନୂଆ ହଷ୍ଟେଲ ନିର୍ମାଣ , ହଷ୍ଟେଲର ପୁନଃ ନିର୍ମାଣ ,ପାନୀୟ ଜଳ ସମସ୍ୟା ଦୂର କରିବା ଭଳି ବିଭିନ୍ନ ଅଭାବ ଅସୁବିଧା ଉପରେ ଆଲୋଚନା କରଯାଇଥିଲା । ଆଦିବାସୀ ଉନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଉପଖଣ୍ଡ ମଙ୍ଗଳ ଅଧିକାରୀ ବିଭୀଷଣ ଭୋଇ , ଉମେଶ ଚନ୍ଦ୍ର ପ୍ରଧାନ , ବିଭାଗୀୟ ସହକାରୀ ଅଧିକ୍ଷଣ ଯନ୍ତ୍ରୀ ବୈକୁଣ୍ଠ ବେହେରା , ସହକାରୀ ଯନ୍ତ୍ରୀ କବିରାଜ ବେହେରା ,ପବିତ୍ର ସାହୁ ,ବୁଦ୍ଧି ରାମ ମୁର୍ମୁ ଙ୍କ ସମେତ ସମସ୍ତ ବ୍ଲକ ର ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା, ଦୀପକ କୁମାର ସିଂ, ଉର୍ମିଳା  ପ୍ରଧାନ , ରୋଷାଳିନୀ ନାୟକ , ଆୟୁସୀ ପ୍ରଧାନ , ଦୀପକ କୁମାର କୁଆଁର ପ୍ରମୁଖ ଯୋଗ ଦେଇଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories