www.samajalive.in
Sunday, December 14, 2025
17.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

ପାଟଣା : ୨୨୦ ନଂ ଜାତୀୟ ରାଜପଥ ଧାନବେଣୀ ନିକଟରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଧାନବେଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଏହି ଦୁର୍ଘଟଣା ହୋଇଥିଲା।
ରସପଡା ଗ୍ରାମର ସାଇରାମ ମହାନ୍ତ ପାଟଣା ବଜାରରୁ କାମ ସାରି ଘରକୁ ଫେରୁଥିବା ବେଳେ କରଞ୍ଜିଆ ପଟୁ ପାଟଣା ଅଭିମୁଖେ ଆସୁଥିବା ଡିଆନାଳୀ ଗ୍ରାମର ମିଥୁନ ମୁଣ୍ଡା, ଗୁଣ ମୁଣ୍ଡା ଓ ସୁପୁରାମ କୁନକାଲି ଏକ ମଟର ସାଇକେଲରେ ପାଟଣାକୁ ଆସୁଥିଲେ। ଧାନବେଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ସେମାନଙ୍କର ସାଇରାମଙ୍କ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଧକ୍କାରେ ରସପଡା ଗ୍ରାମର ସାଇରାମ ମହାନ୍ତ(୫୯)ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଥିଲେ।
ପାଟଣା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର ପରେ ପାଟଣା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସମସ୍ତ ୩ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ବାଇକକୁ ଜବତ କରିଛି ଏବଂ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories