www.samajalive.in
Monday, December 15, 2025
24.1 C
Bhubaneswar

ଦୁର୍ଘଟଣାରେ ଚାଲିଗଲା ବିଟେକ ଛାତ୍ରଙ୍କ ଜୀବନ

ଗୁଣପୁର: ଗୁଣପୁର ଥାନା ଅନ୍ତର୍ଗତ ସୁଭଦ୍ରାପୁର ମୁଖ୍ୟ ରାସ୍ତାରେ ଗଛକୁ ପିଟିଲା ବାଇକ । ଦୁର୍ଘଟଣାରେ ଚାଲିଗଲା ବିଟେକ ଛାତ୍ରଙ୍କ ଜୀବନ। ମୃତ ଛାତ୍ର ଜଣକ ଭଞ୍ଜନଗର ଅଞ୍ଚଳର ପରେଶ ପାତ୍ର  ଏବଂ ସେ ଗୁଣପୁର ଗାନ୍ଧୀ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟର କମ୍ପୁଟର ସାଇନ୍ସ ବିଭାଗର ଶେଷ ବର୍ଷର ଛାତ୍ର ବୋଲି ଜଣାପଡ଼ିଛି।

ମୃତ ଛାତ୍ର ଜଣକ ଆଜି କଲେଜରେ ପ୍ରୋଜେକ୍ଟ ହସ୍ତାନ୍ତର କରି ଭଞ୍ଜନଗର ଅଭିମୁଖେ ବାଇକରେ ଯିବା ସମୟରେ ସୁଭଦ୍ରାପୁର ମୁଖ୍ୟ ରାସ୍ତାରେ ଏକ ଗଛରେ ପିଟି ହୋଇ ଗୁରୁତର ହୋଇ ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଦୁର୍ଘଟଣାସ୍ଥଳରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର ପରେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ  ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

- Advertisement -

ଗୁଣପୁର ପୁଲିସ ଚିକିତ୍ସାଳୟରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ଅକାଳରେ ଛାତ୍ରଙ୍କ ଜୀବନ ଦୀପ ଲିଭିଯାଇଥିବାରୁ ସହପାଠୀ ଏବଂ କଲେଜ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories