www.samajalive.in
Monday, December 8, 2025
24.1 C
Bhubaneswar

ମାନ୍ଦଲା କ୍ଳଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ରର କ୍ଳଷ୍ଟରସ୍ତରୀୟ ନିପୁଣ ମେଳା କମେଇମୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ପୁଟାପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ରୁର ପୁଟାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଧନସିଂ ମାଝୀ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ସଭା ପରିଚାଳନା କରିଥିଲେ। ପ୍ରଥମରୁ ତୃତୀୟ ଶ୍ରେଣୀର ସଂଖାଜ୍ଞାନ ଓ ଭାଷାଜ୍ଞାନ ଉପରେ ତିଆରି ହୋଇଥିବା ବିଭିନ୍ନ ଶିକ୍ଷଣ ସାମଗ୍ରୀ ମେଳାରେ ପ୍ରଦର୍ଶନ କରାଯାଇଥିଲା।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories