www.samajalive.in
Sunday, December 14, 2025
16.1 C
Bhubaneswar

ପକ୍ଷୀ ଓ ପରିବେଶ ସୁରକ୍ଷା ପାଇଁ ସାମର୍ଥ୍ୟ ଶିବିର ଅନୁଷ୍ଠିତ

କଲ୍ୟାଣସିଂହପୁର: ରାୟଗଡ ଜିଲ୍ଳା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ଶିକରପାଈ ଗ୍ରାମରେ ଥିବା ସରକାରୀ ଉନ୍ନୀତଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ପରିବେଶରେ କିପରି ପକ୍ଷୀ ମାନଙ୍କ ରକ୍ଷା କରାଯାଇପାରିବ ତାକୁ ନେଇ ୧୮ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଓ ସ୍ଥାନୀୟ ଯୁବ ଗୋଷ୍ଠୀ ମାନଙ୍କୁ ନେଇ ଏକ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି। ମୂଖ୍ୟ ବକ୍ତା ତଥା ଜିଲ୍ଲା ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଡ: ଗୌରାଙ୍ଗ ଚରଣ ରାଉତ ସମାଜରେ ପକ୍ଷୀ ମାନଙ୍କ ଭୂମିକା ଓ ମହତ୍ତ୍ଵ ବିଷୟରେ ସମସ୍ତଙ୍କୁ ବୁଝାଇଥିଲେ। ସେହିପରି ସମ୍ମାନୀତ ଅତିଥି ତଥା ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ବଡ଼ ରାଇଶିଂ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ସେନାପତି, କିଭଳି ସମସ୍ତେ  ବୃକ୍ଷ ଲଗାଇ ପ୍ରକୃତିର ରକ୍ଷା କରିବା ଓ ବିଭିନ୍ନ ପଶୁ ପକ୍ଷୀ ମାନଙ୍କ ଯତ୍ନ ନେବା ତାହା ଅତି ସୁନ୍ଦର ଭାବେ ଅଭିଭାଷଣ ପ୍ରଦାନ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories