www.samajalive.in
Sunday, December 7, 2025
13.1 C
Bhubaneswar

ସାତକୋଶିଆ ଗଣ୍ଡ ନିଷିଦ୍ଧାଞ୍ଚଳରେ ଉଡିଲା ହେଲିକପ୍ଟର

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡ ଉପରେ ଉଡ଼ିଛି ଏକ ହେଲିକପ୍ଟର । ନିଷିଦ୍ଧାଞ୍ଚଳ ସତ୍ତ୍ୱେ କିଏ ଓ କାହିଁକି ଗଣ୍ଡ ଉପରେ ହେଲିକପ୍ଟର ଉଡ଼ାଇଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗୁରୁବାର ଅପରାହ୍ନ ୨ଟାରେ ଏହି ହେଲିକପ୍ଟରଟି ଗଣ୍ଡର ତଳ ଅବବାହିକା ଦିଗରୁ ଆଠମଲ୍ଲିକ ପାଶ୍ଵର୍ର୍କୁ ଉଡାଣ କରିଥିଲା। ମାତ୍ର ୫୦ରୁ ୬୦ ଫୁଟ ଉଚ୍ଚରେ ଗଣ୍ଡ ଉପର ଦେଇ ଉଡ଼ିଥିବା କିଛି ପ୍ରତ୍ୟକ୍ଷଦର୍ଶୀ ପ୍ରକାଶ କରିଛନ୍ତି । ଭୀଷଣ ଗର୍ଜନ ସହ ବତାସ ଭଳି ପବନ କରି ହେଲିକପ୍ଟରଟି ଉଡୁଥିବା ଦେଖାଯାଇଥିଲା। ଗଣ୍ଡ ଉପରେ ୩ ଶହ ଫୁଟ୍ ତଳକୁ କୌଣସି ବିମାନ ଉଡାଇବା ଦଣ୍ଡନୀୟ ଅପରାଧ ହୋଇଥିବାବେ​‌ଳେ କିଏ ଏବଂ କାହିଁକି ଏପରି ସାହସ କଲା ତାହା ସ୍ପଷ୍ଟ ହୋଇନାହିଁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories