www.samajalive.in
Saturday, December 6, 2025
16.1 C
Bhubaneswar

୧୯ରୁ ୪ ଦିନ ବର୍ଷା !

ଭୁବନେଶ୍ଵର: ପଶ୍ଚିମା ଝଡ ପ୍ରଭାବରେ ଫେବୃଆରୀ ୧୯ରୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରେ  ମୟୁରଭଞ୍ଜ, କେନ୍ଦୁଝର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ବାଲେଶ୍ଵର ଜିଲ୍ଲାର କିଛି ସ୍ଥାନରେ ବର୍ଷା ନେଇ  ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ବାଲେଶ୍ଵର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ଫେବୃଆରୀ ଦ୍ଵିତୀୟ ସପ୍ତାହରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରବିବାର ୮ ସହରରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories