www.samajalive.in
Wednesday, December 10, 2025
23.1 C
Bhubaneswar

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା, ଇନଫୋସିଟି ଥାନାରେ ମାମଲା ରୁଜୁ

ଭୁବନେଶ୍ୱର: ପଟିଆସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଡିସିପି ପିନାକ ମିଶ୍ର ସୂଚନା ଦେଇ କହିଛନ୍ତି ଯେ ଇନଫୋସିଟି ଥାନାରେ ଅଭିଯୋଗ ଅନୁସାରେ ମାମଲା ରୁଜୁ ହୋଇଛି। ଅଭିଯୋଗ ଆସିଥିବା ଜଣେ ଛାତ୍ରଙ୍କ ନାଁରେ ମାମଲା ହୋଇଛି। ଅଭିଯୁକ୍ତ ଛାତ୍ରଙ୍କୁ ଅଟକ ରଖି ପୁଲିସ ପଚରାଉଚୁରା କରୁଛି। ମାନସିକ ନିର୍ଯାତନା ସହ ଆତ୍ମହତ୍ୟା ପାଇଁ ଉସକାଇବା ଅଭିଯୋଗ ରହିଛି। ମୃତ ଛାତ୍ରୀଙ୍କ ରୁମରୁ ଲାପଟପ ଏବଂ ମୋବାଇଲ ଫୋନ ଜବତ କରାଯାଇଛି। ସାଇଣ୍ଟିଫିକ ଏବଂ ଫରେନସିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହ ଶବଗୃହରେ ରକାଯାଇଛି ଏବଂ ମାତାପିତା ଆସିବା ପରେ ଛାତ୍ରୀଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଡିସିପି ପିନାକ ମିଶ୍ର ପ୍ରକାଶ କରାଯାଇଛି।

ଅପରପକ୍ଷରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସମସ୍ତ ନେପାଳୀ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଛାଡ଼ି ଚାଲିଯିବାକୁ ନିର୍ଦେଶ ଜାରି କରିଛନ୍ତି। କିଛି ଛାତ୍ରଛାତ୍ରୀଙ୍କୁ ବସଯୋଗେ କଟକ ରେଳଷ୍ଟେସନରେ ନିଜ ଘରକୁ ଯିବା ପାଇଁ ଛଡ଼ା ଯାଇଥିବା ସୂଚନା ମିଳିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories