www.samajalive.in
Wednesday, December 10, 2025
26.1 C
Bhubaneswar

ବିକଶିତ ଓଡ଼ିଶା ଲକ୍ଷ୍ୟରେ ବଜେଟ୍‌ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଧାନଭାରେ ସୋମବାର ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଆଗତ ହୋଇଛି। ଅର୍ଥମନ୍ତ୍ରୀ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିକଶିତ ଓଡ଼ିଶା ଲକ୍ଷ୍ୟରେ ରାଜ୍ୟ ସରକାର ବଜେଟ୍‌ ପ୍ରସ୍ତୁତ କରିଛନ୍ତି। ଏଥର ବଜେଟ୍‌ର ମୋଟ୍‌ ପରିମାଣ ୨ ଲକ୍ଷ ୯୦ ହଜାର କୋଟି ରହିଛି। ୨୦୨୫-୨୬ ଆର୍ଥିକ ବର୍ଷର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ ବୋଲି ସେ କହିଛନ୍ତି। ବଜେଟ୍‌ ଉପସ୍ଥାପନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ସଫଳ ହୋଇଛି। ଉତ୍କର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି। ମୋଟ୍‌ ୧୬ ଲକ୍ଷ ୭୩ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଲକ୍ଷ୍ୟ ରହିଛି। ଏଥିସହ ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆଶାବାଦୀ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶିକ୍ଷା, ସ୍ଵାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ଲକ୍ଷ୍ୟ ରଖିଥିବା ସେ ନିଜ ଅଭିଭାଷଣରେ କହିଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories