www.samajalive.in
Monday, December 15, 2025
24.1 C
Bhubaneswar

କିଟ ବିଶ୍ୱବିଦ୍ୟାଳୟରେ ତଥ୍ୟ ଅନୁସନ୍ଧାନକାରୀ କମିଟି, ନେପାଳୀ ପ୍ରତିନିଧିଙ୍କ ସହ କଲେ ଆଲୋଚନା

ଡେସ୍କ: କିଟ ବିଶ୍ୱବିଦ୍ୟାଳୟରେ ଜଣେ ବିଟେକ ତୃତୀୟ ବର୍ଷ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଆଜି ତଥ୍ୟ ଅନୁସନ୍ଧାନକାରୀ କମିଟିର ସଦସ୍ୟମାନେ ବିଶ୍ୱବିଦ୍ୟାଳୟରେ ପହଂଚି ତଥ୍ୟ ସଂଗ୍ରହ କରିଛନ୍ତି। ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଓ ତଦ ପରବର୍ତ୍ତୀ ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ସୂଚନା ପାଇଁ ଗତକାଲି ରାଜ୍ୟ ସରକାର ଏକ ତଥ୍ୟ ସନ୍ଧାନକାରୀ କମିଟି ଗଠନ କରିଥିଲେ।

ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଉଚ୍ଚ ଶିକ୍ଷା ସଚିବ ଓ ପୁଲିସ କମିଶନର ପ୍ରମୁଖ କିଟ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିଥିବା ଜଣାପଡିଛି। ଶ୍ରୀ ସାହୁ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଆଜି ପ୍ରଥମେ କମିଟି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ଓ ଆଗାମୀ ଦିନରେ କେଉଁ କାର୍ଯ୍ୟପନ୍ଥା ଗ୍ରହଣ କରିବେ ସେ ସମ୍ପର୍କରେ ସ୍ଥିର କରାଯିବ। କମିଟି ଆଜି ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିବା ହଷ୍ଟେଲକୁ ଯାଇଥିଲେ ଓ ପରେ ଅନ୍ୟାନ୍ୟ ସ୍ଥାନ ପରିଦର୍ଶନ କରିଥିଲେ। କମିଟି ମଧ୍ୟ ନେପାଳ ପ୍ରତିନିଧିଙ୍କ ସହ ଆଲୋଚନା କରିଥିବା ଜଣାପଡିଛି।

- Advertisement -

ଶ୍ରୀ ସାହୁ କହିଛନ୍ତି ଯେ କମିଟି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ସରକାର ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସେ କହିଛନ୍ତି।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories