www.samajalive.in
Monday, December 15, 2025
16.1 C
Bhubaneswar

ରାଜସ୍ବ ନୀରିକ୍ଷକ ଚାକିରିରୁ ବହିଷ୍କୃତ

ଭବାନୀପାଟଣା : ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ବର୍ତ୍ତମାନର ନର୍ଲା ରାଜସ୍ବ ନୀରିକ୍ଷକ ରମେଶ ବରାଡଙ୍କୁ ରାଜ୍ୟ ସରକାର ଚାକିରିରୁ ବହିଷ୍କୃତ କରିଛନ୍ତି। କର୍ଲାମୁଣ୍ଡା ତହସିଲରେ ଥିବାବେଳେ ବରାଡ ଏକ ଜମି ମାପଚୁପ ଘଟଣାରେ ୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ବାରା ଧରାପଡିଥିଲେ। ଏହି ମାମଲାର ଶୁଣାଣି କରି କଳାହାଣ୍ଡି ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଗତ ୩୧.୦୧.୨୦୨୫ ଦିନ ସମ୍ପୃକ୍ତ ରାଜସ୍ବ ନିରୀକ୍ଷକଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ବରାଡ ଙ୍କୁ ୩ ବର୍ଷ ଜେଲ ଏବଂ ୨୦ ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ଦେଇଥିଲେ। ସେହି ଆଧାରରେ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭିଜିଲାନ୍ସ ପକ୍ଷରୁ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଥିଲା। ତଦନୁଯାୟୀ ରାଜ୍ୟ ସରକାର ଗତକାଲି ରମେଶ ବରାଡଙ୍କୁ ଚାକିରିରୁ ବହିଷ୍କାର କରିଥିବା ଭିଜିଲାନ୍ସ ପକ୍ଷରୁ ଏକ ପ୍ରେସ ଇସ୍ତାହାରରେ ସୂଚନା ଦିଆଯାଇଛି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories